Latest Odisha News

BREAKING NEWS

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୯ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି ଦୁଇ ମୃତକମାନେ ହେଉଛନ୍ତି ଗଞ୍ଜାମ ଜିଲ୍ଲାର । ତନ୍ମଧ୍ୟରୁ ଜଣେ ୬୬ ବର୍ଷୀୟ ପୁରୁଷ ବ୍ୟକ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପିଡିତ ମଧ୍ୟ ପିଡିତ ଥିଲେ ।

ସେହିପରି ଜିଲ୍ଲାର ଅନ୍ୟଜଣେ ୪୦ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଥିବା ବେଳେ ସେ ଡାଇବେଟିସ୍ ରୋଗରେ ପିଡିତ ଥିଲେ ।

ଅଧିକ ପଢନ୍ତୁ- ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୫୬୧ ଆକ୍ରାନ୍ତ

ଉଲ୍ଲେଖଯୋଗ୍ୟ, କରୋନା ହଟସ୍ପଟ୍ ବୋଲାଉଥିବା ଗଞ୍ଜାମରେ ପୂର୍ବରୁ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର ୪, ବରଗଡରେ ୧, ଅନୁଗୁଳରେ ୧ ଓ ପୁରୀରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.