Latest Odisha News

BREAKING NEWS

ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀ ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ନିକଟ ଜ୍ୟୋତିପୁର ଅଞ୍ଚଳ ଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ଜଣ ବାଇକ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି ।

ସେମାନଙ୍କର ବୟସ ପାଖାପାଖି ୨୦ ବର୍ଷ ହୋଇଥିବା ନେଇ ସୁତ୍ରରୁ ପ୍ରକାଶ ।

ମିଳିଥିବା ସୂଚନାନୁଯାୟୀ ଗତକାଲି ଏକ ବିବାହ ଭୋଜିରେ ଯୋଗଦେଇ ସୋମବାର ଭୋର ସମୟରେ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ଉକ୍ତ ଅଞ୍ଚଳରେ କୌଣସି ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିବା ନେଇ ଜଣାପଡିଛି ।

ଅପରପକ୍ଷରେ ଏହି ଦୁର୍ଘଟଣା ପରେ ସେମାନଙ୍କର କିଛି ସାଙ୍ଗମାନେ ସ୍ଥାନୀୟ ବାସିନ୍ଦାଙ୍କ ସହାୟତାରେ ଗୁରୁତର ଅବସ୍ଥାରେ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସୁତ୍ରରୁ ପ୍ରକାଶ ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଏନେଇ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.