Latest Odisha News

ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ

ଭୁୁବନେଶ୍ୱର: ଓଡ଼ିଶାରେ ଆଉ ୨ ଜଣ କରୋନା ପଜିଟିଭ ରୋଗୀଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏଥିସହ ରାଜ୍ୟରେ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଛି । ସେଥିମଧ୍ୟରୁ ୧୦୨ଟି ସକ୍ରିୟ ମାମଲା ରହିଥିବା ବେଳେ ୫୬ ଜଣ ସୁସ୍ଥ ହୋଇଛନ୍ତି। ଏଥିସହିତ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ପୃକ୍ତ ପଜିଟିଭ ବ୍ୟକ୍ତି ମାନେ ଗଞ୍ଜାମ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।

ତେବେ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ଯୋଗୁଁ ଏହା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି।

 

Comments are closed.