Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ୨ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଓଏଏସ୍ ତ୍ରିଲୋଚନ ମହାନ୍ତିଙ୍କୁ ବଦଳି କରାଯାଇଛି। ରାଜ୍ୟରେ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଦୁଇ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି। ତ୍ରିଲୋଚନ ମହାନ୍ତି ଏବେ କେନ୍ଦୁଝର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି। ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରିବେ।

ସେହିପରି ଭୁବନେଶ୍ୱରରେ ବିଡିଏ ଲ୍ୟାଣ୍ଡ ଅଫିସର ମନୋଜ କୁମାର ବେହେରାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଦୁଇ ଓଏଏସ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟରେ ଏହି ଦୁଇ ଅଫିସର କାର୍ଯ୍ୟ କରିବେ।

ବିଜେପି ସରକାରରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ସେମାନଙ୍କ କାର୍ଯ୍ୟାଳୟକୁ ଆଜି ପ୍ରଥମଥର ପାଇଁ ଅଫିସରଙ୍କ ବଦଳି ହୋଇଛି।

Leave A Reply

Your email address will not be published.