Latest Odisha News

BREAKING NEWS

ପୁଲୱାମାରେ ଏନକାଉଣ୍ଟର, ହିଜବୁଲ୍ ମୁଜାହିଦ୍ଦିନର ୨ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାରେ ସୋମବାର ଦିନ ହୋଇଥିବା ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।

ପ୍ରାପ୍ତ ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ସୂଚନାକୁ ଆଧାର କରି ସିଆରପିଏଫ୍, ସ୍ଥାନୀୟ ପୋଲିସ ଓ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହେବା ଫଳରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ମାଡରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ମୃତ ଆତଙ୍କବାଦୀ ମାନେ ହିଜବୁଲ୍ ମୁଜାହିଦ୍ଦିନର ସଙ୍ଗଠନର ସଦସ୍ୟ ବୋଲି ସୂତ୍ରରୁ ପ୍ରକାଶ ।

ତେବେ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଗୋଳାବାରୁଦ ଜବତ କରାଯାଇଥିବା ବେଳେ ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.