Latest Odisha News

BREAKING NEWS

ସୋପିଆନରେ ସେନା ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାର ଇମାମ୍ ସାହିବ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ସୋପିଆନ୍ ଜିଲ୍ଲାର ଇମାମ୍ ସାହିବ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ତେବେ ଆତଙ୍କବାଦୀମାନଙ୍କର ପରିଚୟ ସ୍ପଷ୍ଟ ହୋଇନଥିବା ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.