Latest Odisha News

BREAKING NEWS

କୁଲଗାମ୍‌ରେ ସେନା ଏନକାଉଣ୍ଟର; ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର କୁଲଗାମ୍ ଜିଲ୍ଲାରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ କିଛି ଆତଙ୍କବାଦୀ କୁଲଗାମ୍ ଜିଲ୍ଲାର ୱାନପୋରା ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ପରେ ସେମାନଙ୍କୁ ଧରିବା ଲାଗି ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା ।

ଏହି ସର୍ଚ୍ଚ ଅପରେସନ ବେଳେ ଲୁଚି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଅପରପକ୍ଷେ ନିହତ ଆତଙ୍କବାଦୀଙ୍କ ପରିଚୟ ମିଳିପାରିନଥିବା ବେଳେ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନ ଜାରି ରହିଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.