Latest Odisha News

BREAKING NEWS

କୁଲଗାମ୍‌ରେ ସେନା ଏନକାଉଣ୍ଟର; ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀର କୁଲଗାମ୍ ଜିଲ୍ଲାର ମଞ୍ଜଗମ୍ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।

ଏନେଇ ଏକ ନ୍ୟୁଜ ସରବରାହ ସଂସ୍ଥା ରିପୋର୍ଟରୁ ଜଣାପଡିଛି ।

ମିଳିଥିବା ସୂଚନାନୁଯାୟୀ କିଛି ଆତଙ୍କବାଦୀ କୁଲଗାମ୍ ଜିଲ୍ଲାର ମଞ୍ଜଗମ୍ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା ।

ଏହି ସର୍ଚ୍ଚ ଅପରେସନ ବେଳେ ଲୁଚି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅପରପକ୍ଷେ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନ ଜାରି ରହିଥିବା ବେଳେ ସେହି ଆତଙ୍କବାଦୀମାନେ କୁଲଗାମରେ ୩ ଜଣକ ହତ୍ୟା ମାମଲାରେ ସଂଶ୍ଲିଷ୍ଟ ରହିଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.