Latest Odisha News

୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ବର: ରାଜ୍ୟରେ ଖୁବ ଶୀଗ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ । ୩ ମାସ ମଧ୍ୟରେ ଏହି ପଦବୀ ପୂରଣ ହେବ ପୂରଣ ହେବ । ଏନେଇ କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ସୂଚନା ଦେଇଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ।

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି । ଏଥିରୁ ୨ ହଜାର ପଦବୀ ପୂରଣ କରାଯିବ । ଏନେଇ ପ୍ରସ୍ତୁତି ଚାଲିଥିବା ମନ୍ତ୍ରୀ କହିଛନ୍ତି ।

ଆଜି କେନ୍ଦୁଝରରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ସଚେତନତା ରଥ ଗଡ଼ିଛି । ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ ଗଣେଶରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ଦେଖାଇ ଏହି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ।

Comments are closed.