Latest Odisha News

BREAKING NEWS

ନବରଙ୍ଗପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ସଡକ ଦୁର୍ଘଟଣାରେ ୨୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୭ଜଣ ଗୁରୁତର ଥିବା ଜଣାପଡିଛି ।

ସୂଚନା ଅନୁଯାୟୀ ଏକ ଯାତ୍ରୀବାହୀ ବସ ନବରଙ୍ଗପୁରରୁ ଜୟପୁର ଅଭିମୁଖେ ଯାଉଥିବା ବେଳେ ବସଟି ଭାରସାମ୍ୟ ହରାଇ ଇନ୍ଦ୍ରାବତୀ ବ୍ରିଜ ନିକଟରେ ରାସ୍ତା ତଳକୁ ଓଲଟି ପଡିଥିଲା ।

ଅନ୍ୟପକ୍ଷରେ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିବା ସହିତ ଆହତ ମାନଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏଥିସହିତ ଗୁରୁତର ଆହତ ମାନଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନ୍ତାନ୍ତରିତ କରାଯାଇଥିବା ନେଇ ଜଣାପଡିଛି ।

ତେବେ ପୋଲିସ ସ୍ଥିତି ପରଖିବା ସହ ଦୁର୍ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.