Latest Odisha News

BREAKING NEWS

ରାଜ୍ୟରେ ପୁଣି ୨୦୦ ଟପିଲା ଦୈନିକ ସଂକ୍ରମଣ, ୧ ମୃତ

ଭୁବନେଶ୍ୱର: ଦେଶରେ କରୋନା କାୟା ବଢୁଥିବା ବେଳେ ଓଡ଼ିଶାରେ ମଧ୍ୟ ଦୈନିକ ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୦ ନୂଆ ଆକ୍ରାନ୍ତ । ଏହା ପୂର୍ବରୁ ୨୩୪ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ।

ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୪ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୮୬ଟି । ୨୧ ଜିଲ୍ଲାରୁ ନୂଆ ପଜିଟିଭ୍ ବାହାରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରେ ଆଉ ୨୩ ଜଣ ସଂକ୍ରମିତ ହୋଇଛନ୍ତି । ସେହିପରି କଟକରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୧୯୨୦ରେ ପହଞ୍ଚିଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୯ହଜାର ୯୦୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୩୬ହଜାର ୪୮୨ ଆକ୍ରାନ୍ତ । ଏବେ ରାଜ୍ୟରେ ୧୪୪୯ଟି କୋଭିଡ୍ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.