Latest Odisha News

BREAKING NEWS

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୧୨ କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।

BjdElectrycity

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୩୮୬  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୬ ହଜାର ୭୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.