Latest Odisha News

BREAKING NEWS

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୧୩ କରୋନା ପଜିଟିଭ; ୩୦୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

BjdElectrycity

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୪୫ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୭,୪୪୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୮୩୦ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୪,୪୫୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୪୦ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.