Latest Odisha News

ଡରାଉଛି କରୋନା ସଂକ୍ରମଣ, ରାଜ୍ୟରୁ ଆଜି ନୂଆ ୨୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ଟେନସନ୍ ଦେଉଛି କରୋନା ସଂକ୍ରମଣ । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ଚିନ୍ତାରେ ପକାଇଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪୦୬୨୦ରେ ପହଞ୍ଚିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ ସଙ୍ଗରୋଧରୁ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୯ ଜଣ ଅଛନ୍ତି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏନେଇ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଆଜି ରାଜ୍ୟରୁ ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ସୁନ୍ଦରଗଡ଼ରୁ ୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୧୬ଜଣ, କଳାହାଣ୍ଡିରୁ ୧୩ଜଣ, ଅନୁଗୁଳରୁ ୧୨ଜଣ, ବଲାଙ୍ଗିର ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ଗଞ୍ଜାମରୁ ୬ଜଣ, ମୟୂରଭଞ୍ଜରୁ ୫ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଢେଙ୍କାନାଳରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ରାୟଗଡ଼ାରୁ ୩ଜଣ, କେନ୍ଦୁଝରରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ଭଦ୍ରକରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁରରୁ ଜଣେ, ଷ୍ଟେଟ୍‌ ପୁଲ୍‌ରୁ ୬ଜଣ ରହିଛନ୍ତି ।

ରାଜ୍ୟରେ ଏବେ ସୁଦ୍ଧା ମୋଟ୍ ୩ଲକ୍ଷ ୪୦ ହଜାର ୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧ ହଜାର ୮୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ଲକ୍ଷ ୩୬ ହଜାର ୮୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

Leave A Reply

Your email address will not be published.