Latest Odisha News

BREAKING NEWS

ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ଓଡିଶାରେ ୨୨୫ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୨୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୭୨୩ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୯୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୬ ଜିଲ୍ଲାରୁ ଏହି ୨୨୫ ଜଣ ନୂଆ ଆକ୍ରାନ୍ତ ବାହାରିଥିବା ବେଳେ ପାଖାପାଖି ୧୨୦ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୨୩୬ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୪୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୦ ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.