Latest Odisha News

ଭୁବନେଶ୍ୱରରୁ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୧୮୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୮୨ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୭,୬୭୦ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୭୪୯ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୪,୭୫୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୪୨ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.