ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୨୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୫୪୫ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।
ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୯୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୩ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।
ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୯ ଜିଲ୍ଲାରୁ ଏହି ୨୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପାଖାପାଖି ୧୬୪ ଜଣ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୧୫୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୫୩୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୨୫ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.