Latest Odisha News

BREAKING NEWS

ଭୁବନେଶ୍ୱରରୁ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୦ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୪ଟି ସ୍ଥାନୀୟ ମାମଲା ରହିଛି । ଏହା ବ୍ୟତୀତ ୧୮ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୩୬୯ କରୋନା ପଜିଟିଭ ମାମଲା ରହିଛି। ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୪୮ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୧୬ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏହାଛଡା ୪ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.