ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୭୫ଟି ସ୍ଥାନୀୟ ମାମଲା ରହିଛି ।
ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୬,୭୭୯ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୧୦୬ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୩,୫୨୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୨୯ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.