Latest Odisha News

BREAKING NEWS

୧୨ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ୧୫ ହଜାର ପାର୍ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୨୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣ କରୋନା ଯୋଦ୍ଧା ରହିଛନ୍ତି । ସେମାନଙ୍କ ମଧ୍ୟରେ ଆସ୍କା (୪), ବେଗୁନିଆପଡା (୧), ଭଞ୍ଜନଗର (୨), ଛତ୍ରପୁର (୩), ରଙ୍ଗେଇଲୁଣ୍ଡା (୨)।

ସେହିପରି ସୁରଟ ଓ ବାଙ୍ଗାଲୋର ଫେରନ୍ତା ୬ ଜଣ ବ୍ୟକ୍ତି କରୋନା ପଜିଟିଭ ହୋଇଥିବା ବେଳେ ଆଉ ୨୨୮ ଜଣଙ୍କର ଆକ୍ଟିଭ କଣ୍ଟାକ୍ଟ ପଜିଟିଭ କେସ୍ ରହିଛି । ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, ଗଞ୍ଜାମରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୨୫୬ ରହିଛି । ସେଥିମଧ୍ୟରେ ୨୧୭୦ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୨,୯୨୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୫୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.