Latest Odisha News

BREAKING NEWS

ଏନଏଚ-୧୬ରେ ବସ ଓଲଟି ୨୫ ଯାତ୍ରୀ ଆହତ, ୩ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ସିମୁଳିଆ ଥାନା ଭୋଗିଆ ଛକ ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ୫୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ବସ ଓଲଟି ପଡିବାରୁ ୨୫ଜଣ ଯାତ୍ରୀ ଆହତ ହୋଇଛନ୍ତି । ବସଟି ଦ୍ରୁତ ଗତିରେ ଯାଉଥିବାବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି ।

BjdElectrycity

ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଂଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ଆହତମାନଙ୍କୁ ଉଦ୍ଧାର କରି ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ପୋଲିସ ବସ ଟିକୁ ଜବତ କରି ତଦନ୍ତ କରୁଥିବାବେଳେ ବସ ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି ।

Leave A Reply

Your email address will not be published.