Latest Odisha News

BREAKING NEWS

ଅନୁଗୁଳ: ବସ ଓଲଟି ୨୫ ଯାତ୍ରୀ ଆହତ

ଅନୁଗୁଳ : ଅନୁଗୁଳ ଜିଲ୍ଲାର ଜରପଡା ଥାନା ଅନ୍ତର୍ଗତ ସାମନ୍ତରାପୁର ନିକଟରେ ଏକ ବସ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି ।

ସୂଚନା ଅନୁଯାୟୀ ଝାରସୁଗୁଡାରୁ ଭୂବନେଶ୍ୱର ଯାଉଥିବା ଏକ ଯାତ୍ରୀବାହୀ ବସ ଆଜି ଭୋରରୁ କୌଣସି କାରଣ ବଶତଃ ଅଚାନକ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ପାଖାପାଖି ୨୫ ଜଣ ଯାତ୍ରୀ ଆହତ ହୋଇଥିବା ନେଇ ଜଣାପଡିଛି ।

ଅନ୍ୟପକ୍ଷରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀ ମାନଙ୍କୁ ଉଦ୍ଧାର କରିଥିଲେ । ପରବର୍ତ୍ତୀ ସମୟରେ ଆହତ ମାନଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.