Latest Odisha News

BREAKING NEWS

ଭୁବନେଶ୍ୱରରୁ ୨୪ ଘଣ୍ଟାରେ ୨୫୩ କରୋନା ଆକ୍ରାନ୍ତ, ୨୯୯ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୫୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

 

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୭୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୮୦ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅଧିକ ପଢନ୍ତୁ- ଦୈନିକ କରୋନା ପଜିଟିଭ୍ ଓ ଆକ୍ଟିଭ କେସରେ ଓଡିଶାର ଟପ୍ ୫ ଜିଲ୍ଲା

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୬,୫୩୬ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୨୨୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୩,୧୬୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୨୭ ଜଣଙ୍କର ମୃତ୍ୟୁ ଘଟିଛି ।

 

Leave A Reply

Your email address will not be published.