Latest Odisha News

ଓଡିଶାର ୩୦ ଜିଲ୍ଲାରୁ ନୂଆ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୦୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି ।

ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୦୩ ହଜାର ୫୩୬ରେ ପହଞ୍ଚିଛି।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୫୬୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୦୪୧ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୩୦ ଜିଲ୍ଲାରୁ ଏହି ୨୬୦୨ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି ।

ଏହାବ୍ୟତିତ ପାଖାପାଖି ୨୦୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଅଧିକ ପଢନ୍ତୁ- ଗୋଟିଏ ଦିନରେ ରାଜ୍ୟରେ ୫୭ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୯,୭୫୮ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୭୩,୨୩୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୪୯୨ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.