Latest Odisha News

BREAKING NEWS

ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ୨,୬୦୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ରାଜ୍ୟରେ ୨୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯୩ ହେଉଛି ଲୋକାଲ୍ କେସ୍‌। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ କରୋନା ସଂଖ୍ୟା କମିଥିଲେ ବି ଆଜିବି ଚିହ୍ନଟ ସଂକ୍ରମିତଙ୍କ ତାଲିକାର ଶୀର୍ଷରେ ରହିଛି । ଆଜି ଜିଲ୍ଲାରୁ ୩୮୫ ନୂଆ ମାମଲା ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୨୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୪ଜଣ, ବରଗଡ଼ ଜିଲ୍ଲାରୁ ୯୦ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୪ଜଣ, ବୌଦ୍ଧ ଜିଲ୍ଲାରୁ ୩୧ଜଣ, କଟକ ଜିଲ୍ଲାରୁ ୨୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୧୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୦ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୯୫ଜଣ, ପୁରୀ ଜିଲ୍ଲାରୁ ୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୯ଜଣ, ସୋନପୁର ଜିଲ୍ଲାରୁ ୪୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮୬ଜଣ, ଷ୍ଟେଟପୁଲରୁ ୭୪ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୯୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୪୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୨୯୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.