Latest Odisha News

BREAKING NEWS

୨୪ ଘଣ୍ଟାରେ ରାଜ୍ୟରେ ୨୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ ରେ ପହଁଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନର ହୋଇଥିବା ବେଳେ ୧୧୦ ଲୋକାଲ୍ କେସ ରହିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

BjdElectrycity

କଟକରୁ ୨୧ ଜଣ, ଯାଜପୁରରୁ ୧୦ ଜଣ, ସମ୍ବଲପୁର ଓ ଗଜପତି ଜିଲ୍ଲାରୁ ୯ ଜଣ ଲେଖାଁଏ, ବାଲେଶ୍ବର, ଦେବଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ସମ୍ବଲପୁରରୁ ୬ ଜଣ, ଢ଼େଙ୍କାନାଳରୁ ୫ ଜଣ, ମୟୂରଭଞ୍ଜରୁ ୪ ଜଣ, ଗଞ୍ଜାମରୁ ୩ ଜଣ, ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।ରାଜ୍ୟରେ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୬୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୯୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.