Latest Odisha News

ଭୁବନେଶ୍ୱରରେ ୭୫ଶହ ଟପିଲା କରୋନା ସଂକ୍ରମଣ; ଆଜି ୨୬୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୬୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୫୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୧୪ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୭୪ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୭୫୯୯ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୯୯୪ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୫୬୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୩୩ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ରାଜ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଅଧିକ ପଢନ୍ତୁ- ଓଡିଶାରେ ଆଉ ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୮୧ ହଜାର ଟପିଲା

Leave A Reply

Your email address will not be published.