Latest Odisha News

BREAKING NEWS

ଓଡିଶାରେ ଆଉ ୨୬୯୭ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୯୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୯ ଛୁଇଁଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୫୭୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୧୨୧ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫,୧୬୯ ନମୁନା ପରୀକ୍ଷା କରାଯାଇଛି। ଏଥିମଧ୍ୟରୁ ୩୯,୨୧୯ ଜଣଙ୍କର ଆଣ୍ଟିଜେନ, ୫୮୬୮ ଟି ଆରଟି-ପିସିଆର୍ ଓ ୮୨ ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୮ ହଜାର ୮୧୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨ ଲକ୍ଷ ୧୬ ହଜାର ୯୮୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.