Latest Odisha News

BREAKING NEWS

ଓଡିଶାର ୩୦ ଜିଲ୍ଲାରୁ ନୂଆ ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୯୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ହଜାର ୭୧୮ରେ ପହଞ୍ଚିଛି ।

BjdElectrycity

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୬୭୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୦୨୩ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୩୦ ଜିଲ୍ଲାରୁ ଏହି ୨୬୯୮ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୧୬୪୧ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୩,୬୯୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୮,୫୭୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୩୯୦ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.