Latest Odisha News

ଦେଶରେ ୨୪ ଘଣ୍ଟାରେ କରୋନାରେ ୨୭ ଜଣଙ୍କ ମୃତ୍ୟୁ, ୬୦ ହଜାର ଟପିଲା ସକ୍ରିୟ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବା ସହ ମୃତ୍ୟୁ ସଂଖ୍ୟା ବଢ଼ୁଛି । ଗତ ୨୪ ଘଣ୍ଟାରେ କରୋନା ସଂକ୍ରମିତ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦେଶରେ ସକ୍ରିୟ ସଂକ୍ରମଣ ମାମଲା ୬୦ ହଜାର ପାର୍ କରିଛି ।

ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୧୧ଟି ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ହଜାର ୩୧୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୩୧୩କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ ରବିବାର ୧୦ ହଜାର ୯୩ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ କୋଭିଡ୍ ସଂକ୍ରମଣ ଦ୍ରୁତ ବେଗରେ ବ୍ୟାପିବାରେ ଲାଗିଛି । ରବିବାର ଦିଲ୍ଲୀରେ ୧୬୩୪ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଦିଲ୍ଲୀରେ ଏବେ ପଜିଟିଭିଟି ହାର ୨୯.୬୮ ପ୍ରତିଶତ ରହିଛି ।

କୋଭିଡ୍ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ଆଇଆଇଟି କାନପୁରର ପ୍ରଫେସର ମଣିନ୍ଦ୍ର ଅଗ୍ରୱାଲ୍ କହିଛନ୍ତି, ମେ ମାସ ମଝି ଆଡ଼କୁ କୋଭିଡ୍ ସଂକ୍ରମଣ ଶୀର୍ଷ ଛୁଇଁବ । ପ୍ରତିଦିନ ୫୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେବେ ।

Leave A Reply

Your email address will not be published.