Latest Odisha News

BREAKING NEWS

ଗୋଟିଏ ଦିନରେ ଭୁବନେଶ୍ୱରରୁ ୨୭୧ କରୋନା ପଜିଟିଭ; ୩୧୩ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ୨୫,୭୩୫ କରୋନା ପଜିଟିଭ ମାମଲା ରହିଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୦୩ଟି ସ୍ଥାନୀୟ ମାମଲା ରହିଛି।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ୩୩୮୫ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୨,୨୧୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୧୯ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.