ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୮୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୭୫୨ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।
6. Puri: 9
7. Angul: 1
8. Jagatsinghpur: 11
9. Kandhamal: 17
10. Ganjam: 75
11. Gajapati: 76
12. Sundargarh: 1
13. Sambalpur:13
14. Bolangir: 1
15. Mayurbhanj: 6
16. Koraput: 1
17. Nayagarh: 1
18. NDRF personnel: 8
(Returned from Amphan duty in WB)— I & PR Department, Odisha (@IPR_Odisha) June 24, 2020
ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।
ଏହାଛଡା ସମସ୍ତଙ୍କ ଆକ୍ରାନ୍ତଙ୍କ ମଧ୍ୟରେ ୮ ଜଣ ଏନଡିଆରଏଫ୍ ଟିମ୍ ରହିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୧୨୫ ଜଣ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୭୪୦ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୯୮୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୭ ଜଣ ମୃତ୍ୟୁବରଣ କରିଛନ୍ତି ।
Comments are closed.