Latest Odisha News

BREAKING NEWS

ବଢୁଛି ଚିନ୍ତା: ଦେଶରେ ୨୪ ଘଣ୍ଟାରେ ୨୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୨୨ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୮,୬୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୧ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮,୪୯, ୫୫୩ ଛୁଇଁଥିବାନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨୯,୨୨,୮୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୨୨,୬୭୪ ଜଣ ପ୍ରାଣ ହରାଇଛନ୍ତି । ୫,୩୪,୬୨୧ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ସେହିପରି ସଂକ୍ରମିତ ସଂଖ୍ୟାରେ ତୃତୀୟ ସ୍ଥାନରେ ପହଞ୍ଚିଛି ଭାରତ । ଭାରତ ଉପରକୁ ଦ୍ଵିତୀୟ ସ୍ଥାନରେ ରାହିଛି ବ୍ରାଜିଲ ଓ ପ୍ରଥମ ସ୍ଥାନରେ ରାହିଛି ଆମେରିକା ।

Leave A Reply

Your email address will not be published.