Latest Odisha News

BREAKING NEWS

ଓଡିଶାରେ ଆଉ ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୮୧ହଜାର ଟପିଲା

ଭୁବନେଶ୍ୱର: କରୋନା ଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୯୪୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୮୨୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୧୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଗୋଟିଏ ଦିନରେ ରାଜ୍ୟର ୩୦ ଜିଲ୍ଲାରୁ ମୋଟ୍ ୨୯୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପାଖାପାଖି ୨୧୨୯ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୬,୬୦୨ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୫୪,୪୦୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.