କୋଲକାତା: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୩ ଗିରଫ। ଦୁର୍ଗାପୁର ଥାନା ପୋଲିସ ୩ ଅଭିଯୁକ୍ତକୁ ଗିରଫ କରିଛି। ଅନ୍ୟ ୨ ଅଭିଯୁକ୍ତ ଫେରାର୍ ଥିବା ସୂଚନା ମିଳିଛି।
ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ଦୁର୍ଗାପୁର ଠାରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଛାତ୍ରୀଙ୍କ ବାପାଙ୍କ ସହିତ ଫୋନ୍ ଯୋଗେ ଗତକାଲି କଥା ହୋଇ ସମବେଦନା ଜଣାଇଥିଲେ। ଏପରିକି ଓଡ଼ିଶାର ଜଣେ ଉଚ୍ଚ ପଦାଧିକାରୀ ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗରେ ରହି, ଆଇନଗତ ଏବଂ ଯେ କୌଣସି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।
ଉଲ୍ଲେଖଯୋଗ୍ୟ, ପଶ୍ଚିମବଙ୍ଗ ଦୁର୍ଗାପୁରରେ ବାଲେଶ୍ବର ପ୍ରଶାସନର ଏକ ସ୍ବତନ୍ତ୍ର ଟିମ୍ ପୀଡ଼ିତା ଏବଂ ତାଙ୍କ ପରିବାରକୁ ଭେଟିଛନ୍ତି। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ଜଣେ ଡିଏସପିଙ୍କୁ ନେଇ ଗଠିତ ୪ ଜଣିଆ ଟିମ୍ ଡାକ୍ତରଖାନାରେ ପରିବାରକୁ ଭେଟିଥିଲେ।
Comments are closed.