Latest Odisha News

BREAKING NEWS

ଆଜିଠୁ ୩ ଦିନିଆ ସମ୍ବଲପୁର ବନ୍ଦ ଡାକରା, ଜାଣନ୍ତୁ କାହିଁକି

ସମ୍ବଲପୁର: ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବି ନେଇ ଆଜିଠୁ ୩ଦିନିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି।

ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବି କରି ପଶ୍ଚିମ ଓଡିଶା ନାଗରିକ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନକୁ ଓହ୍ଲାଇଥିବା ନେଇ ସୁତ୍ରରୁ ପ୍ରକାଶ ।

ମିଳିଥିବା ସୂଚନା ଅନୁଯାୟୀ ପଶ୍ଚିମବଙ୍ଗ ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । ସବୁବର୍ଗର ଲୋକମାନେ ଏହାକୁ ସମର୍ଥନ କରିବା ଲାଗି କମିଟି ପକ୍ଷରୁ ଆହ୍ୱାନ କରାଯାଇଛି ।

ଆହୁରି ମଧ୍ୟ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ହୋଇଥିବା ଉଚ୍ଚସ୍ତରୀୟ ଆନ୍ତଃ ବିଭାଗୀୟ କମିଟିକୁ କ୍ରିୟାଶୀଳ କରାଯାଇନଥିବାରୁ କମିଟି ଉଦବେଗ୍ ପ୍ରକାଶ କରିଛି । ଦାବି ପୂରଣ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି କମିଟି ପକ୍ଷରୁ ଚେତାବନୀ ଦିଆଯାଇଛି ।

Leave A Reply

Your email address will not be published.