Latest Odisha News

BREAKING NEWS

ଆକାଶରୁ ଖସିଲା ମୃତ୍ୟୁ, ଚାଲିଗଲା ୩ ଜଣଙ୍କ ଜୀବନ

ବରଗଡ: ବଜ୍ରପାତରେ ଚାଲିଗଲା ୩ ଜଣଙ୍କ ଜୀବନ। ୨ ଜଣ ଗୁରୁତର। ଗୁରୁତର ୨ ଜଣଙ୍କୁ ପଦ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ଘଟିଛି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଦେୱାନଡ଼ିହି ଗ୍ରାମରେ ।

ସୂଚନା ଅନୁସାରେ, ପ୍ରବଳ ବର୍ଷା କାରଣରୁ ୫ ଜଣ ବ୍ୟକ୍ତି ଏକ ବରଗଛ ତଳେ ଠିଆ ହୋଇଥିଲେ । ହଠାତ୍‌ ସେହି ସମୟ ବଜ୍ରପାତ ହୋଇଥିଲା। ବଜ୍ରପାତ କାରଣରୁ ଠିଆ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟ ଦୁଇ ଜଣଙ୍କୁ ଅଚେତ୍ ଅବସ୍ଥାରେ ପଦ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ସ୍ଥାନୀୟ ଲୋକେ। ସେମାନଙ୍କ ଅବସ୍ଥା ଏବେ ଗୁରୁତର ଥିବା ଜଣା ପଡିଛି। ତେବେ ମୃତକ ୩ ଜଣ ହେଉଛନ୍ତି ଧନୁର୍ଜୟ ନାୟକ, ଶୁଖଦେବ ବନଛୁର ଓ ନିରଜ କୁମ୍ଭାର । ମୃତଦେହ ଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି।

ସେପଟେ ଉକ୍ତ ଘଟଣାକୁ ନେଇ ଜିଲ୍ଲା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.