Latest Odisha News

BREAKING NEWS

ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୬ ଜିଲ୍ଲାକୁ ୩ ଘଣ୍ଟିଆ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର:ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ଏହାସଙ୍ଗକୁ କଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ମଧ୍ୟ ଅନୁଭୁତ ହୋଇଛି। ଫଳରେ ଅଧିକାଂଶ ସ୍ଥାନରେ ମିଶ୍ରିତ ପାଗ ରହୁଛି । ସେହିପରି କିଛି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ଧରଣର ବର୍ଷା ଲାଗି ରହିଛି । ତେବେ ଆଜି ରାଜ୍ୟରେ ବର୍ଷା ନେଇ ଆଗାମୀ ୩ ଘଣ୍ଟିଆ ସତର୍କ ଜାରି କରିଛି ପାଣିପାଗ କେନ୍ଦ୍ର।

ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ଓ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧାକୁ ଏହି ସତର୍କତା ଜାରି କରାଯାଇଛି। ଜନସାଧାରଣ ବାହାରେ ଥିଲେ ନିରାପଦ ସ୍ଥାନକୁ ଯାଇ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୨୦ ଓ ୨୧ ତାରିଖରେ ମଧ୍ୟ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ଗ୍ରୀଷ୍ମ ପ୍ରବାହ ଲହରୀ ମଧ୍ୟ ଦେଖାଦେବା ନେଇ କହିଛି ପାଣିପାଗ କେନ୍ଦ୍ର। ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ। ଏହି ଦିନ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି।

Leave A Reply

Your email address will not be published.