Latest Odisha News

ରାଜ୍ୟରେ ଦୁଇ ନୂଆ ଏସ୍‌ପି ଓ ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ରାଜ୍ୟରେ ଦୁଇ ଜଣ ଏସପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରିବାକୁ ନିର୍ବାଚନ କମିସନ ଅନୁମତି ଦେଇଛନ୍ତି । ଏହି ୩ ଅଧିକାରୀଙ୍କୁ କଟକ, ଅନୁଗୁଳ ଓ ରାଉରକେଲା ଏସପି ଭାବେ ଦାୟିତ୍ୱ ମିଳିଛି । କଟକ ଡିସିପି ଭାବେ ପ୍ରକାଶ ଆର୍‌ ଙ୍କୁ ନିଯୁକ୍ତି ମିଳିଥିବା ବେଳେ, ବ୍ରିଜେଶ କୁମାର ରାୟ ହେଲେ ରାଉରକେଲାର ଏସପି । ଏଥିସହ ଉମାଶଙ୍କର ଦାଶଙ୍କୁ ମିଳିଛି ଅନୁଗୁଳ ଏସପି ଦାୟିତ୍ୱ ।

୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରଖିବାକୁ କିଛି ଦିନ ପୂର୍ବେ ନିର୍ବାଚନ କମିଶନ ରାଜ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ବଦଳି କରାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ୍ ଆଇଜି ଆଶୀଷ ସିଂଙ୍କ ସମେତ ଜଗତସିଂହପୁର ଓ କଟକ ଜିଲ୍ଲାପାଳ ଏବଂ ୫ ପୁଲିସ ଏସପି ଥିଲେ । ଏହି ଖାଲି ଥିବା ପଦବୀ ମଧ୍ୟରୁ ୩ ଡିଏସ୍‌ପି ପଦବୀ ଆଜି ପୂରଣ ହୋଇଛି ।

ଆଉ ଅବଶିଷ୍ଟ ୨ ଜିଲ୍ଲାପାଳ, ୩ ଏସପି ଓ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ପଦବୀ ଫାଙ୍କା ଥିବା ବେଳେ ଉକ୍ତ ପଦବୀରେ ଖୁବ୍‌ ଶୀଘ୍ର ନିଯୁକ୍ତି ହେବ ବୋଲି ଜଣାଯାଇଛି ।

Comments are closed.