Latest Odisha News

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ, ଜଣେ ଗୁରୁତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯମନକିରା ଥାନା ପୁକୁଡ଼ା ଗାଁରେ ଅଘଟଣ । ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ।

ମୃତକମାନେ ହେଲେ ଭରତ ରଣା, ବସନ୍ତ ଦେହୁରୀ ଓ ଶ୍ରୀକାନ୍ତ ମୁଣ୍ଡା । ସେହିପରି ଘଟଣାରେ ଗୁରୁତର ହୋଇଛନ୍ତି ସିଦ୍ଧାର୍ଥ ମୁଣ୍ଡା । ତାଙ୍କୁ ସମ୍ବଲପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଖବର ମୁତାବକ, ଆଜି ପୁକୁଡ଼ା ଗାଁରେ ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳିବା କାମରେ ଚାଲିଥିଲା । ମାତ୍ର କିଛି ସମୟ ପରେ କାମରେ ନିୟୋଜିତ ଥିବା ୪ ଜଣ ଶ୍ରମିକ ହଠାତ୍‌ ସମସ୍ତେ ଅଣନିଶ୍ୱାସୀ ହୋଇ ଅଚେତ ହୋଇ ପଡ଼ିଥିଲେ । ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା

ହେଲେ ସେଠାରେ ତିନି ଜଣଙ୍କୁ ଡାକ୍ତର ମୃତ ବୋଲି ଘୋଷଣା କରିଥିଲେ । ସିଦ୍ଧାର୍ଥ ମୁଣ୍ଡାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ସମ୍ବଲପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିବାବେଳେ, ପୋଲିସ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

Comments are closed.