ଭୁବନେଶ୍ବର: ପଛକୁ ପଛ ଆସୁଛି ୩ଟି ଲଘୁଚାପ । ଗୋଟିଏ ଲଘୁଚାପ ଏବେ ସୃଷ୍ଟି ହୋଇଛି । ୨୬ ବେଳକୁ ଦ୍ବିତୀୟ ଓ ୨୯ ବେଳକୁ ତୃତୀୟ ଲଘୁଚାପ ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ । ମାତ୍ର ୩ଟି ଲଘୁଚାପ ନେଇ IMD ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ । ୨୬/୨୭ ବେଳକୁ ଯେଉଁ ସିଷ୍ଟମ ସୃଷ୍ଟି ହେବ ଅଧିକ ଘନୀଭୂତ ସମ୍ଭାବନା ରହିଛି ।
ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ଅପରାହ୍ଣରେ ଅବପାତରେ ପରିଣତ ହେବ । ଉତ୍ତର ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବ । ପରବର୍ତ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ । ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ । କମ୍ ହେଲେ ବି ତାର ମୁକାବିଲା କରାଯିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।
Comments are closed.