Latest Odisha News

BREAKING NEWS

ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ୩ ମାଓବାଦୀ ନିହତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ପୋଲିସ ଗୁଳିରେ ଟଳିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବେଲମଗୁଟା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି ।

ସୂଚନା ଅନୁସାରେ, ବିଜାପୁର ବାସାଗୁଡା ଥାନା ବେଲମଗୁଟ୍ଟା ପାହାଡରେ ବହୁ ମାଓବାଦୀ ଏକାଠି ହୋଇଥିବା ନେଇ ସୂଚନା ମିଳିଥିଲା । ଖବର ମିଳିବା ପରେ ଆରମ୍ଭ ହୋଇଥିଲା ଡିଆରଜି ଓ ସିଆରପିଏଫ ଯବାନଙ୍କ ମିଳିତ ଅପରେସନ । ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ପ୍ରଥମେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଗୁଳିମାଡ଼ କରିଥିଲେ। ଏହାର ପ୍ରତି ଉତ୍ତରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଗୁଳିମାଡ ହୋଇଥିଲା । ଦୀର୍ଘ ସମୟ ଧରି ଏହି ଗୁଳି ବିନିମୟରେ ଚାଲିଥିବା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି । ୩ ମାଓବାଦୀଙ୍କ ମଧ୍ୟରୁ ୩ଜଣ ମହିଳା ମଧ୍ୟ ଅଛନ୍ତି । ଘଟଣାସ୍ଥଳରୁ ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି । ତେବେ ସୁରକ୍ଷା କର୍ମୀଙ୍କ କୁମ୍ବିଂ ପରେ ନକ୍ସଲମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି । ଏନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛି ବିଜାପୁର ପୋଲିସ ।

 

 

Leave A Reply

Your email address will not be published.