Latest Odisha News

BREAKING NEWS

କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଶାଇ ଓଡ଼ଶାରୁ ୩ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ରର ଓଡ଼ିଶାରୁ ୩ ଜଣ ମନ୍ତ୍ରୀ ହୋଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ । ଦୁଇ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ଜଣେ ରାଷ୍ଟ୍ରମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟ୍ ମନ୍ତ୍ରୀ ହୋଇଛନ୍ତି । ସମ୍ପ୍ରସାରଣରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଭାଗ ବଦଳିଛି । ତାଙ୍କୁ ମିଳିଛି ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରାଳୟ ଦାୟିତ୍ୱ । ନୂଆ ଦାୟିତ୍ୱ ମିଳିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାସହ ଏକବିଂଶ ଶତାବ୍ଦୀରେ ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ସମର୍ପିତ ରହିବେ ବୋଲି ଟ୍ୱିଟ୍ କରି ଲେଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାର ସାଂସଦ ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଛି ଗୁରୁ ଦାୟିତ୍ୱ । ରେଳ ମନ୍ତ୍ରାଳୟ ସହ ସେ ସମ୍ଭାଳିବେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରାଳୟ । ଟ୍ୱିଟ୍ କରି ଅଶ୍ୱିନୀ ବୈଷ୍ଣବ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଜନକୁ ସାକାର କରିବା ଦିଗରେ ନିରବିଚ୍ଛିନ୍ନ ଭାବରେ ଦାୟିତ୍ୱ ସମ୍ପାଦନ କରିବେ । ଓଡ଼ିଶାବାସୀଙ୍କ ସେବା କରିବା ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଛନ୍ତି ଅଶ୍ୱିନୀ ବୈଷ୍ଣବ ।

ସେହିପରି କେନ୍ଦ୍ରରେ ଆଦିବାସୀ କଲ୍ୟାଣ ଓ ଜଳ ଶକ୍ତି ବିଭାଗର ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି ବିଶ୍ୱେଶ୍ୱର ଟୁଡୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପିର ବରିଷ୍ଠ ନେତାଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇବା ସହ ଦେଶବାସୀଙ୍କ ଆକାଂକ୍ଷା ପୂରଣ କରିବା ପାଇଁ ମିଳିଥିବା ଦାୟିତ୍ୱକୁ ସୂଚାରୁ ରୂପେ ତୁଲାଇବେ ବୋଲି କହିଛନ୍ତି ବିଶ୍ୱେଶ୍ୱର ଟୁଡୁ ।

Leave A Reply

Your email address will not be published.