ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସମ୍ପୃକ୍ତ ବ୍ୟକ୍ତିମାନେ ମୟୂରଭଞ୍ଜ ଜିଲ୍ଲାର ବାସିନ୍ଦା। ଏଥିସହିତ ଜିଲ୍ଲାରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୭ ଛୁଇଁଛି।
ଏହାଛଡା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରିପୋର୍ଟ ଅନୁଯାୟୀ ଆଜି ସକାଳ ସୁଦ୍ଧା ରାଜ୍ୟରେ ଆଉ ୧୪ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି।
ଅଧିକ ପଢନ୍ତୁ- ଓଡ଼ିଶାରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ
ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ପଜିଟିଭ୍ଙ୍କ ସଂଖ୍ୟା ୨୮୭ରେ ପହଞ୍ଚିଛି । ସେଥିମଧ୍ୟରୁ ୨୨୨ଟି ସକ୍ରିୟ ମାମଲା ରହିଥିବା ବେଳେ ୬୩ ଜଣ ସୁସ୍ଥ ହୋଇଛନ୍ତି। ଏଥିସହିତ ୨ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.