Latest Odisha News

BREAKING NEWS

ଭୁବନେଶ୍ୱରରେ ଆଉ ତିନି କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀର ବମିଖାଲ ଅଂଚଳରେ ତିନି ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ସହିତ ଓଡିଶାରେ କରୋନା ପଜିଟିଭଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟରରେ ଏହି ସୂଚନା ଦିଆଯାଇଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ ହୋଇଥିବା ୯ ଜଣ କରୋନା ପଜିଟିଭଙ୍କ ମଧ୍ୟରୁ ୭ ଜଣ ଭୁବନେଶ୍ୱରର ହୋଇଥିବା ବେଳେ ଭଦ୍ରକର ଜଣେ ଓ କଟକର ଜଣେ ବ୍ୟକ୍ତି ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟର ପ୍ରଥମ ଦୁଇ ଜଣ କରୋନା ପଜିଟିଭ ରୋଗୀ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ବଢୁଥିବା ନୂଆ କରୋନା ପଜିଟିଭ ରୋଗୀଙ୍କ ସଂଖ୍ୟା ଦୃଷ୍ଟିରୁ ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଆଜି ରାତି ୮ଟାରୁ ଭୁବନେଶ୍ୱର, କଟକ ଓ ଭଦ୍ରକ ସହରରେ ୪୮ ଘଣ୍ଟିଆ ସମ୍ପୂର୍ଣ୍ଣ ସଟ୍‌ଡାଉନ ଘୋଷଣା କରାଯାଇଛି ।

Leave A Reply

Your email address will not be published.