Latest Odisha News

ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ଶୁକ୍ରବାର ଦିନ ଆଉ ୩ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।

ମିଳିଥିବା ସୂଚନାନୁଯାୟୀ ମହାନଦୀର ଉପରମୁଣ୍ଡରେ ପ୍ରବଳବର୍ଷା ଯୋଗୁଁ ଡ୍ୟାମ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି । ଏହା ମଧ୍ୟକୁ ସକାଳ ୬ଟା ସୁଦ୍ଧା ସେକେଣ୍ଡ ପିଛା ୨,୧୬,୨୩୮ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ ପାଖାପାଖି ସେକେଣ୍ଡ ପିଛା ୧,୦୨,୮୮୫ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।

ମିଳିଥିବା ସୂଚନାନୁଯାୟୀ ଏହି ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବାବେଳେ ଏହାର ଜଳସ୍ତର ୬୨୭.୮୫ ଫୁଟକୁ ଛୁଇଁଛି ।

Comments are closed.