Latest Odisha News

BREAKING NEWS

୩ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟ ପୁରସ୍କାର: ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ।  ସମାରୋହରେ ୩ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କୃତ ହୋଇଛି । ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଶଲା ବୁଢ଼ାର ବଦଲା’ ଓ କାଲିର ଅତୀତ’କୁ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ବେଷ୍ଟ ଆର୍ଟ ଆଣ୍ଡ କଲଚର ଫିଲ୍ମ ଭାବେ ‘ଶ୍ରୀକ୍ଷେତ୍ରରୁ ସାହି ଯାତ’କୁ ଜାତୀୟ ଫିଲ୍ମ ପୁରସ୍କୃତ ହୋଇଛି ।

ଏହି ଅବସରରେ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ଓ ସମସ୍ତ କଳାକାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବା ବେଳେ ଏହାର ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.