Latest Odisha News

BREAKING NEWS

ଓଲଟିଲା ଯାତ୍ରୀବାହୀ ବସ୍, ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ

ବୌଦ୍ଧ: ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ତିନି ଜଣ ଆହତ ହୋଇଛନ୍ତି । ଅନ୍ୟ ୩୫ ଜଣ ଯାତ୍ରୀ ସୁରକ୍ଷିତ ଅଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବୌଦ୍ଧ ଜିଲା ମନମୁଣ୍ଡା ଥାନା ୫୭ ନମ୍ବର ଜାତୀୟ ରାଜପଥ ମସିଣାପଡାରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ରାତିରେ ଡଲଫିନ୍ ନାମକ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।
ବସରେ ପାଖାପାଖି ୪୦ ଜଣ ଯାତ୍ରୀ ଥିଲେ । ବସଟି କଟକରୁ ରାୟପୁର ଯାଉଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଇଥିଲା । ଘଟଣାର ଖୋଳତାଡ ଜାରି ରହିଛି । କୁହାଯାଉଛି ଘନ କୁହୁଡ଼ି ଯୋଗୁ ରାସ୍ତା ଦେଖା ନଯିବାରୁ ଭାରସାମ୍ୟ ହରାଇ ବସଟି ଓଲଟି ପଡ଼ିଥିଲା ।

Leave A Reply

Your email address will not be published.