ବୌଦ୍ଧ: ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ତିନି ଜଣ ଆହତ ହୋଇଛନ୍ତି । ଅନ୍ୟ ୩୫ ଜଣ ଯାତ୍ରୀ ସୁରକ୍ଷିତ ଅଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବୌଦ୍ଧ ଜିଲା ମନମୁଣ୍ଡା ଥାନା ୫୭ ନମ୍ବର ଜାତୀୟ ରାଜପଥ ମସିଣାପଡାରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ରାତିରେ ଡଲଫିନ୍ ନାମକ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।
ବସରେ ପାଖାପାଖି ୪୦ ଜଣ ଯାତ୍ରୀ ଥିଲେ । ବସଟି କଟକରୁ ରାୟପୁର ଯାଉଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଇଥିଲା । ଘଟଣାର ଖୋଳତାଡ ଜାରି ରହିଛି । କୁହାଯାଉଛି ଘନ କୁହୁଡ଼ି ଯୋଗୁ ରାସ୍ତା ଦେଖା ନଯିବାରୁ ଭାରସାମ୍ୟ ହରାଇ ବସଟି ଓଲଟି ପଡ଼ିଥିଲା ।
BREAKING NEWS
- ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ

Comments are closed.