Latest Odisha News

BREAKING NEWS

ଜାତୀୟ ସେବା ଯୋଜନା ପୁରସ୍କାର: ଓଡ଼ିଶାର ୩ ଜଣଙ୍କୁ ମିଳିଲା ଏନଏସଏସ ପୁରସ୍କାର

ନୂଆଦିଲ୍ଲୀ: ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ୨୦୨୦-୨୦୨୧ ବର୍ଷ ପାଇଁ ଜାତୀୟ ସେବା ଯୋଜନା (ଏନଏସଏସ) ପୁରସ୍କାର ପ୍ରଦାନ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ  ତିନୋଟି ବର୍ଗରେ ଏନଏସଏସ ପୁରସ୍କାର ପ୍ରଦାନ କରାଯାଇଛି । ବିଶ୍ବବିଦ୍ୟାଳୟ/ ଯୁକ୍ତ ଦୁଇ ପରିଷଦ, କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ଏବଂ ସ୍ବେଚ୍ଛାସେବୀ ବର୍ଗରେ ପୁରସ୍କାର ଦିଆଯାଇଥିଲା।

ଚଳିତ ଥର ଓଡ଼ିଶାର ତିନି ଜଣ  ରାଷ୍ଟ୍ରପତିଙ୍କ ଠାରୁ ଏନଏସଏସ ପୁରସ୍କାର ଗ୍ରହଣ କରିଛନ୍ତି। କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ବର୍ଗରେ ମୟୂରଭଞ୍ଜ ଜିଲ୍ଲା ଆରଡିଏସ ଡିଗ୍ରୀ ମହାବିଦ୍ୟାଳୟର ଡକ୍ଟର ଦିଲିପ କୁମାର ପରମାଣିକ ଏହି ପୁରସ୍କାର ପାଇଛନ୍ତି । ସେହିପରି ଏନଏସଏସ ସ୍ବେଚ୍ଛାସେବୀ ବର୍ଗରେ ଭୁବନେଶ୍ବର ସ୍ଥିତ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେସନ ଏଣ୍ଡ ରିସର୍ଚ୍ଚର  ପ୍ରତୀକ ଦାଶ ଏବଂ ଭୁବନେଶ୍ବର ସ୍ଥିତ ସ୍କୁଲ୍‌ ଅଫ୍‌ ଲ’ର ଆକାଂକ୍ଷା କବି ପୁରସ୍କୃତ ହୋଇଛନ୍ତି ।

Leave A Reply

Your email address will not be published.